ରିପୋର୍ଟକାର୍ଡ / ବାଲେଶ୍ଵର
ପୋଲ ତଳକୁ ଖସିପଡିଲା ଯାତ୍ରୀବାହୀ ବସ୍ । ଭୋଗରାଇରୁ ବାଲେଶ୍ୱର ଆସୁଥିବା ବେଳେ ନୁଣିଆଯୋଡି ପୋଲରେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିଲା । ଫଳରେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ସୂଚନା ଅନୁସାରେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସଟି ଭୋଗରାଇରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା ।






More Stories
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ସ୍ନାନ ଯାତ୍ରା ପ୍ରସ୍ତୁତି;ପହଣ୍ଡି ପ୍ରାତଃ ୫ ଟା ରୁ!…..