Report Card Odisha

| Daily Odia News

ଖାତକୁ ବସ୍‌ ଖସି ୧୦ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ପଞ୍ଜାବର ଅମୃତସରରୁ କଟରା ଅଭିମୁଖେ ଯାଉଥିବା ଏକ ବସ୍‌ ଖାତକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୬ ଜଣ ଆହତ ହୋଇଛନ୍ତି। ବସ୍‌ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଭାରସାମ୍ୟ ହରାଇବାରୁ ବସ୍‌ଟି ଗଭୀର ଖାତକୁ ଖସି ପଡ଼ିଥିଲା। ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକଙ୍କ ସମେତ ପୋଲିସ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୧୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ୧୬ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲ ପଠାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।

Breaking News