ରିପୋର୍ଟ କାର୍ଡ / କଟକ
ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରହିଥିବା ବେଳେ ବସ୍ ଚଳାଚଳ ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି ଘରୋଇ ବସ୍ ମାଲିକ ସଂଘ | କହିଛନ୍ତି କି ଆଜି ସନ୍ଧ୍ୟା ସୁଦ୍ଧା ସରକାର ଯଦି ଆନ୍ଦୋଳନକାରୀ ଡ୍ରାଇଭରଙ୍କ କବଳରୁ ରାସ୍ତାକୁ ମୁକ୍ତ ନ କରନ୍ତି, ତେବେ ବସ୍ ଚଳାଚଳ ବନ୍ଦ ରଖିବାକୁ ବାଧ୍ୟ ହେବୁ | ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି | ଆନ୍ଦୋଳନକାରୀ ରାସ୍ତାରେ ଆମ ଗାଡ଼ି ଚାଳକଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଛନ୍ତି। ଏଭଳି ପରିସ୍ଥିତିରେ ଆମେ କଣ ଆଉ କରିବୁ | ଦିନ ୧୦ ଟାରୁ ୧୧ ଟା ଏକ ଘଣ୍ଟା ପର୍ଯ୍ୟନ୍ତ ସମସ୍ତ ଜିଲ୍ଲାରେ ରାଜପଥ ଉପରେ ବସ ଛିଡ଼ା କରି ଆମେ ପ୍ରତିବାଦ ପ୍ରଦର୍ଶନ କରିବୁ। ଆମେ ମଧ୍ୟ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବୁ। ଏହାପରେ ଯଦି ସରକାର କିଛି ପଦକ୍ଷେପ ଗ୍ରହଣ ନ କରନ୍ତି, ତେବେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆମେ ବସ ଚଳାଇବୁ ନାହିଁ। ୮ ହଜାର ବସ ମାଲିକଙ୍କର ୧୪ ହଜାର ବସ ବନ୍ଦ ରହିବ।
ବସ୍ ବନ୍ଦ ଚେତାବନୀ…..






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….