ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ କରିବ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଭୁବନେଶ୍ୱରରେ ସଂଘର ସାଧାରଣ ପରିଷଦ ବୈଠକରେ ଏ ନେଇ ଘୋଷଣା କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ଆମ ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି। ଲକ୍ଷ୍ମୀ ବସକୁ ବ୍ଲକ ସ୍ତରରେ ସୀମିତ ରଖି ଜିଲ୍ଲା ମୁଖ୍ୟାଳୟକୁ ଚଳାଇବେ ନାହିଁ ବୋଲି କହିଥିଲେ ରାଜ୍ୟ ସରକାର। କିନ୍ତୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଥିବା ୬ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଜିଲ୍ଲା ମୁଖ୍ୟାଳୟକୁ ଚଳାଇଛନ୍ତି। ସରକାର ତାଙ୍କ ପ୍ରତିଶ୍ରୁତି ରକ୍ଷା କରିନଥିବାରୁ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବ ବୋଲି ରାଜ୍ୟ ଘରୋଇ ବସ୍ ମାଲିକସଂଘ ପକ୍ଷରୁ କୁହାଯାଇଛି।






More Stories
ନଷ୍ଟ ହେବନି ଡ୍ରେନ୍ ପାଣି,ହେବ ବ୍ୟବହାର …..
ବିଧାନସଭା ଜଗିବେ ପୋଲିସ ଫୋର୍ସ…..
ଖରା ଛୁଟିରେ ଖୋଲା ରହିବ ବିଦ୍ୟାଳୟ କାର୍ଯ୍ୟାଳୟ…..