ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗ ମାମଲାରେ ତନାଘନା ଜାରି ରଖିଛି ଇଡି। ଆଜି ଇଡିରେ ହାଜର ହୋଇଛନ୍ତି ବ୍ୟବସାୟୀ ଅମୀୟକାନ୍ତ ଦାସ । ସେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟକୁ ୧୦ ଲକ୍ଷ ଟଙ୍କା ପଠାଇଥିଲେ । ତେବେ କେଉଁ କାରଣ ପାଇଁ ସେ ଏତେ ଟଙ୍କା ପଠାଇଥିଲେ ସେ ନେଇ ଇଡି ଖୋଳତାଡ କରୁଛି । ଅମୀୟକାନ୍ତ ଦାସ ଭୁବନେଶ୍ୱରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଭାବେ ପରିଚିତ । ୨୦୨୧-୨୨ରେ ତାଙ୍କ ସଂସ୍ଥାର ଚେକ୍ରୁ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟରେ ୧୦ ଲକ୍ଷ ଟଙ୍କା ଡିପୋଜିଟ ହୋଇଥିଲା। ସେପଟେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଆଜି ହାଜର ହୋଇପାରନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।
More Stories
ପାକିସ୍ତାନର ଏଜେଣ୍ଡା ଜମ୍ମୁକଶ୍ମୀରରେ ଲାଗୁ ହେବ ନାହିଁ,କଂଗ୍ରେସ ଓ ପାକିସ୍ତାନର ଏଜେଣ୍ଡା ସମାନ…..
ଦୁର୍ଗାପୂଜାରେ ଲେଜର ଲାଇଟ ଓ ଫାୟାର ଗନ ମନା….
ନିର୍ମାଣ ହେବ ୧୧ ଏମଏସଏମଇ ପାର୍କ…..