ରିପୋର୍ଟ କାର୍ଡ / ବାରିପଦା
ଗଳା କାଟି ବ୍ୟବସାୟୀଙ୍କୁ ହତ୍ୟା ହୋଇଛି । ବାରିପଦା ଭଞ୍ଜପୁର ଥାନା ଫରେଷ୍ଟ କଲୋନୀରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଘରେ ପଶି ଜଣେ ବ୍ୟବସାୟୀଙ୍କୁ ଗଳା କାଟି ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ତୁରନ୍ତ ଉଦ୍ଧାର କରାଯାଇ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ହତ୍ୟା କରିବା ପାର ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି। ତେବେ କାହିଁକି ବ୍ୟବସାୟୀ ଜଣଙ୍କୁ ହତ୍ୟା କରାଯାଇଛି, ସେ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।






More Stories
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..