ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି । ରାଧାକ୍ରିଷ୍ଣନ ୨୧ ଅଗଷ୍ଟରେ ନାମାଙ୍କନ ଦାଖଲ କରିବେ । ଏହି ଅବସରରେ ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବେ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ୯ ସେପ୍ଟେମ୍ବରରେ ମତଦାନ ହେବ । ସେହି ଦିନ ଭୋଟ୍ ଗଣତି ମଧ୍ୟ ହେବ । ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ୨୧ ଅଗଷ୍ଟ ହେବ ।






More Stories
ଅମିତ ଶାହଙ୍କ ମୁଣ୍ଡ କାଟି ଟେବୁଲ ଉପରେ ରଖିଦେବା ଦରକାର……
ଦେଶରେ ସମାବେଶୀ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ହେବ…..
ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ…..