Report Card Odisha

| Daily Odia News

୧୦ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର,ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁରୁଣା ନିୟମରେ ନିଯୁକ୍ତି….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ୭ଟି ବିଭାଗର ଏହି ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ମିଳିତ ଭାବେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏଥିରେ ୩ କୋଟି ୪୬ ଲକ୍ଷ ହିତାଧିକାରୀ ଉପକୃତ ହେବେ। ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ସରକାର ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନା ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ ସରକାର ରାଜ୍ୟ ସଡ଼କ ନୀତି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଡିଏମଏଫ ନିୟମରେ ସଂଶୋଧନ କରାଯାଇଛି। ସଂଶୋଧିତ ନିୟମ ଅନୁଯାୟୀ ପ୍ରତ୍ୟକ୍ଷ ଭାବେ ପ୍ରଭାବିତ ଅଞ୍ଚଳର ପରିସୀମା ୧୦ କିଲୋମିଟରରୁ ୧୫ କିଲୋମିଟରକୁ ବୃଦ୍ଧି କରାଯାଇଛି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଚାକିରି ନେଇ ରହିଥିବା ନିୟମକୁ ସଂଶୋଧନ କରାଯାଇଛି। ଚାକିରି ଥଇଥାନରେ ମାର୍କିଂ ବ୍ୟବସ୍ଥାକୁ ଉଠାଇ ଦିଆଯାଇଛି। ଓଡ଼ିଶା ପ୍ରିଭେନସନ ଅଫ ଲ୍ୟାଣ୍ଡ ଏନକ୍ରୋଚମେଣ୍ଟ ସଂଶୋଧନ ପ୍ରସ୍ତାବ ଉପରେ ମୋହର ମରାଯାଇଛି।

Breaking News