ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ଓ ଅଦଳବଦଳ ସରିଛି | ଏହା ପରେ ଗୁରୁବାର ନବ ନିଯୁକ୍ତ ମନ୍ତ୍ରୀମାନେ ନିଜ ମନ୍ତ୍ରଣାଳୟରେ ପହଞ୍ଚି ଦାୟିତ୍ବ ଗ୍ରହଣ କରିଥିଲେ। ଏହାପରେ ସେମାନେ ନୂଆ ମନ୍ତ୍ରାଳୟ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ନୂଆ ଟିମର ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ଟିମ୍ ପରେ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟମାନଙ୍କ ପାଇଁ କୋଭିଡ ପାଣ୍ଠି ଅନୁଦାନ ପ୍ରଦାନ କରାଯିବ। ୨୩,୧୨୩ କୋଟିର କୋଭିଡ ପାଣ୍ଠି ଅନୁଦାନ ପ୍ରଦାନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କ ସୂଚନା ଦେଇଛନ୍ତି। ସେହିପରି ଚାଷୀଙ୍କ ସହାୟତା ପାଇଁ ୧ଲକ୍ଷ କୋଟି ଅନୁଦାନକୁ ମଞ୍ଜୁରୀ ହୋଇଛି। ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ଲକ୍ଷ କୋଟି ମଞ୍ଜୁର ହୋଇଛି ବୋଲି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ସୂଚନା ଦେଇଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..