ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଅପରାହ୍ଣ ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ | ରାଜ୍ୟ କ୍ୟାବିନେଟ ବୈଠକରେ କୃଷି, ରାଜସ୍ବ, ସାଧାରଣ ପ୍ରଶାସନ ଭଳି ପ୍ରାୟ ୮ଟି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବମାନ ପାରିତ ହୋଇପାରେ । ବୈଠକରେ ଆଦିବାସୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ ରାଜ୍ୟ ସରକାର ‘ମିଲେଟ୍ ମିଶନ’କୁ ସଂପ୍ରସାରିତ କରିବା ସହିତ ଏଥିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବେ। ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଭଳି ଜିଲାରେ ଆଦିବାସୀ ମାନଙ୍କୁ କର୍ମ ସଂସ୍ଥାନ ଯୋଗାଇବା ସହିତ ଏଥିରୁ ପ୍ରସ୍ତୁତ ଖାଦ୍ୟକୁ ମଧ୍ୟାହ୍ନ ଭୋଜନ ସହିତ ଯୋଡିବାର କାର୍ଯ୍ୟକ୍ରମ ରହିଛି। ବୈଠକ ପରେ ଏହାର ରୂପରେଖ ଜଣାପଡିବ ବୋଲି ଜଣେ କ୍ୟାବିନେଟ ମନ୍ତ୍ରୀ ସୂଚନା ଦେଇଛନ୍ତି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..