ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଜେପି ସରକାରର ଆଜି ଦ୍ଵିତୀୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିପରି ଆସନ୍ତା ୨୨ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି କ୍ୟାବିନେଟ ବୈଠକ ଖୁବ୍ ଗୁରୁତ୍ବପୂର୍ଣ୍ଣ। ସୂଚନା ଅନୁସାରେ, ଆଜି ପୂର୍ବାହ୍ନ ୧୧ଟା ୩୦ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା କରାଯିବ। ବିଜେପି ସରକାର ନିର୍ବାଚନ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ଲାଗି ବୈଠକରେ ବହୁ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ, ଗତ ଜୁନ୍ ୧୨ ତାରିଖରେ ମୋହନ ସରକାର ଶପଥ ଗ୍ରହଣ ଦିନ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..