ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ଦେଇ କହିଛନ୍ତି ଯେ ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର୍ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..