ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପିଲା ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଛି କହି ପରେ ଝିଅ ଦେଇଥିବା ସାଂଘାତିକ ଅଭିଯୋଗ ଆଣିଛନ୍ତି ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ। ଏନେଇ ପ୍ରାଣକୃଷ୍ଣ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିବା ସହ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି। ଏହାସହ ଛୁଆର DNAଟେଷ୍ଟ ପାଇଁ ଦାବି କରିଛନ୍ତି। ଛୁଆର DNA ଟେଷ୍ଟ ରିପୋର୍ଟ ନ ଆସିବା ଯାଏ ଛୁଆକୁ ନେବେ ନାହିଁ ବୋଲି ପ୍ରାଣକୃଷ୍ଣ କହିଛନ୍ତି। ସେ ଆହୁରି କରିଛନ୍ତି, ଗତକାଲି ରାତି ୧୦ଟାରେ ମୋ ପୁଅ ହେଲା ବୋଲି ମେଡିକାଲ କର୍ମଚାରୀ କହିଥିଲେ। ପରେ ଛୁଆକୁ ନର୍ସ ଆଣି ମୋ ଶାଶୁକୁ ଦେଇଥିଲେ। ମୁଁ ଛୁଆର ଫଟୋ ଉଠାଇଲା ବେଳେ ପୁଅ ନୁହେଁ ଝିଅ ବୋଲି ଜଣାପଡ଼ିଥିଲା। ମୁଁ ନର୍ସଙ୍କୁ ଏହି ବିଷୟରେ ପଚାରିଥିଲି। ମୋର ପୁଅ ହୋଇଥିଲା, ଝିଅ କ’ଣ ଦେଲେ ବୋଲି ପ୍ରଶ୍ନ କରିଥିଲି। ହେଲେ ସେ କିଛି ନ କହି ପଳାଇ ଯାଇଥିଲେ। କିଛି ସମୟ ପରେ ଡାକ୍ତର ଆସି କହିଥିଲେ ତୁମର ଝିଅ ହୋଇଛି। ଅନ୍ୟ ଜଣଙ୍କର ପୁଅ ହୋଇଛି। ନର୍ସରେ ଭୁଲରେ ପୁଅ ହୋଇଛି ବୋଲି କହିଥିଲେ। ଅନ୍ୟପକ୍ଷରେ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ସୁପରିଣ୍ଟେଣ୍ଡେଣ୍ଟଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ତଦନ୍ତ କରିବ। ଦରକାର ପଡ଼ିଲେ ଛୁଆର DNA ଟେଷ୍ଟ କରାଯିବ ବୋଲି କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ କହିଛନ୍ତି। ପୁଲିସ ମଧ୍ୟ ଡାକ୍ତର ଓ ନର୍ସଙ୍କୁ ପଚରାଉଚରା କରୁଥିବା ଜଣାପଡ଼ିଛି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..