ରିପୋର୍ଟ କାର୍ଡ / ଢେଙ୍କାନାଳ
ଢେଙ୍କାନାଳ ଜିଲ୍ଲା ସଦର ଥାନା ଛାଟିଆ ନିକଟରେ ଏକ କାର୍ ଭୋର୍ ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ପୋଖରୀକୁ ଖସି ପଡିଛି। ଏହି ଦୁର୍ଘଟଣାରେ କାର୍ ଭିତରେ ଥିବା ୭ଜଣଙ୍କ ମଧ୍ୟରୁ ୫ ଜଣଙ୍କର ପାଣିରେ ଶାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି । ଆଉ ୨ ଜଣ ବଞ୍ଚିଯାଇଛନ୍ତି । ମୃତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି । ମୋଟଙ୍ଗା ଥାନା ବାଙ୍ଗୁରସିଂ ଗ୍ରାମରୁ ଏକ ବାହାଘର ଇନ୍ଦୁପୁର ଆସିଥିଲା । ସେଠାରୁ ବରଯାତ୍ରୀ ବାହାଘର ସାରି ଛାଟିଆ ଦେଇ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସଦରଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..