ରିପୋର୍ଟ କାର୍ଡ / ଭୁବନେଶ୍ବର
ଏସ୍ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର କେୟାର ଟେକର ଗିରଫ ହୋଇଛି। ଅଭିଯୁକ୍ତ ସାଗର କୁମାର ଗୌଡକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଦୀଘା ମଡ୍ୟୁଲର ଦାୟିତ୍ଵରେ ସାଗର ଥିବା ସୂଚନା ମିଳିଛି। ସାଗର ଜରିଆ ରେ ଏଜେଣ୍ଟ ଙ୍କ ସହ ଲିଙ୍କ ରେ ଆସୁଥିଲା ଶଙ୍କର । ସେପଟେ ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….