ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠପଢା ହେବ | CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା। ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ । ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝି ପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ। ସ୍କୁଲଗୁଡ଼ିକ ଧୀରେ ଧୀରେ ଏହି ବ୍ୟବସ୍ଥାକୁ ଆପଣେଇବେ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….