ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି । ୨୦୨୭ ଫେବୃଆରୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାପତ୍ର ଗଣନା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ଜନଗଣନା କରାଯିବ । ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ । ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ମଧ୍ୟ ପଞ୍ଜିକୃତ କରିପାରିବେ ।






More Stories
ଆଜି ସବୁ ଶିକ୍ଷାନୁଷ୍ଠାନରେ ବନ୍ଦେ ମାତରମ୍ ଗାନ…..
ରାଜ୍ୟ ବଦଳାଇପାରିବନି କେନ୍ଦ୍ରୀୟ ଆଇନ……
ଜୁଏଲ ଓରାମ ନିର୍ବାଚନ ଅଧିକାରୀ…..