ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କିଛି ଦିନ ବ୍ୟବଧାନ ପରେ ପୁଣି ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୫ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ କରାଯାଇଛି । ତେଲେଙ୍ଗାନା, ତାମିଲନାଡ଼ୁ, ମହାରାଷ୍ଟ୍ର, କର୍ଣ୍ଣାଟକ ଓ କେରଳକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି ଲେଖି ସତର୍କ ରାଯାଇଥିବା ଜଣାପଡ଼ିଛି । ଏହି ସବୁ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ତେଣୁ ରାଜ୍ୟ ସହରକାର ଏଥିପ୍ରତି ଦୃଷ୍ଟି ଦେବାକୁ କେନ୍ଦ୍ର ସହରକାରଙ୍କ ପକ୍ଷରୁ କୁହାଯାଇଛି । କେନ୍ଦ୍ର ସରକାରଙ୍କ ସୂଚନା ଅନୁଯାୟୀ ଗତ ୩ ମାସ ପରେ ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଦୈନିକ ସଂକ୍ରମଣ ମାମଲା ୪ ହଜାର ଉପରେ ଚିହ୍ନଟ ହେଉଛନ୍ତି । ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସବୁ ରାଜ୍ୟ କ୍ଲଷ୍ଟର ଯାଞ୍ଚ କରିବାର ଆବଶ୍ୟକତା ରହିଛି । ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ତେଲେଙ୍ଗାନା, ତାମିଲନାଡ଼ୁ, ମହାରାଷ୍ଟ୍ର, କର୍ଣ୍ଣାଟକ ଓ କେରଳ ରାଜ୍ୟର ସହରକାରଙ୍କୁ ଚିଠି ଲେଖି କ୍ଲଷ୍ଟର ଯାଞ୍ଚ କରିବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି ।






More Stories
କୋର୍ଟକୁ ବୋମା ଧମକ…..
ରେପୋ ରେଟରେ ଅପରିବର୍ତ୍ତିତ…..
ପୁଣି ମଣିପୁରରେ ହିଂସା…..