ରିପୋର୍ଟ କାର୍ଡ / ନୂଆଦିଲ୍ଲୀ /ଭୁବନେଶ୍ବର
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ପୂର୍ବରୁ ବିଧାନସଭାରେ ଗହମ ମିଳିବା ନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ। ହିତାଧିକାରୀଙ୍କୁ ମଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିଲା।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..