ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍ଏମ୍ ନେତା ଚମ୍ପାଇ ସୋରେନ୍ ପଦ୍ମ ଧରିବେ । ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବଶ୍ୱଶର୍ମା। ସୋସିଆଲ ମିଡିଆରେ ଏନେଇ ସେ ପୋଷ୍ଟ କରିଛନ୍ତି। ଝାଡ଼ଖଣ୍ଡର ଆଦିବାସୀ ନେତା ତଥା ପୂର୍ବ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଚମ୍ପାଇ ସୋରେନ। ଚମ୍ପାଇ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଆସନ୍ତା ୩୦ ତାରିଖରେ ରାଞ୍ଚିରେ ସେ ବିଜେପିରେ ଯୋଗଦେବେ ବୋଲି ସୂଚନା ମିଳିଛି। ହିମନ୍ତ ବିଶ୍ୱ ଶର୍ମା ଯେଉଁ ପୋଷ୍ଟ ସେୟାର କରିଛନ୍ତି ସେଥିରେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଚମ୍ପାଇ ସୋରେନ୍ଙ୍କ ମଧ୍ୟରେ ହୋଇଥିବା ଏକ ବୈଠକର ଫଟୋ ମଧ୍ୟ ରହିଛି। ଚମ୍ପାଇ ସୋରେନ୍ଙ୍କ ସମେତ ଜେଏମ୍ଏମ୍ରେ ଅନେକ ବଡ଼ ନେତା ମଧ୍ୟ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..