ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡଖଣ୍ଡରେ ରାଜନୈତିକ ଅସ୍ଥିରତା ରହିଛି | ଆଜି ଚମ୍ପଇ ସୋରେନ ଝାଡଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ | ବିଧାୟକ ଦଳର ନେତା ହେବା ପରେ ଗୁରୁବାର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ସହ ଆଉ କିଏ ଶପଥ ନେବେ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ। ଚମ୍ପଇ ସୋରେନଙ୍କୁ ରାଜ୍ୟପାଳ ୧୦ଦିନ ମଧ୍ୟରେ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ସମୟ ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ବିଧାୟକଙ୍କୁ ଡକାଇଥିଲେ ରାଜ୍ୟପାଳ। ଘୋଡ଼ାବେପାର ଆଶଙ୍କାରେ ମହାଗଠବନ୍ଧନର ବିଧାୟକମାନଙ୍କୁ ରାଞ୍ଚିରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଉଥିଲା। ରାଜ୍ୟପାଳଙ୍କୁ ଚମ୍ପଇ ସୋରେନ ଭେଟିବା ପରେ ବିଧାୟକମାନେ ରାଞ୍ଚି ବିମାନବନ୍ଦରରେ ଏକାଠି ହୋଇଥିଲେ। ପାଗ ଖରାପ ପାଇଁ ବିମାନଟି ରାଞ୍ଚି ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରି ପାରିନଥିଲା। ପରେ ବିଧାୟକମାନେ ସର୍କିଟ ହାଉସରେ ରହିଛନ୍ତି। ଗୁରୁବାର ସନ୍ଧ୍ୟାରେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ ଚମ୍ପଇ। ତାଙ୍କ ପାଖରେ ୪୩ ବିଧାୟକଙ୍କ ସମର୍ଥନ ଥିବା ଜଣାଇବା ସହ ସରକାର ଗଠନ ଲାଗି ସେ ରାଜ୍ୟପାଳଙ୍କୁ ଜଣାଇଥିଲେ।ସେପଟେ ବିଜେପି ମଧ୍ୟ ଶୁକ୍ରବାର ନିଜର ବିଧାୟକ ଦଳ ବୈଠକ ଡାକିଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..