ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ ଏବଂ ଦେବଗଡ଼ର ଅଧିକାଂଶ ଅଞ୍ଚଳକୁ ଛୁଇଁବା ପରେ ଆଗକୁ ବଢ଼ୁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ସହ ଗରମ ଓ ଗୁଳୁଗୁଳି ଜାରି ରହିବ। ଏଥିପାଇଁ ବୁଧବାର ସମଗ୍ର ରାଜ୍ୟରେ ଝଡ଼ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଅପରପକ୍ଷେ ହିଟ୍ ଓ୍ବେଭ୍ ପାଇଁ ଝାରସୁଗୁଡ଼ା ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆଗାମୀ ୩/୪ ଦିନ ପରେ ତାପମାତ୍ରା ହ୍ରାସ ପାଇବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..