ରିପୋର୍ଟ କାର୍ଡ / ଭୁବନେଶ୍ବର
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ବୁଧବାରଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସମେତ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରାରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି।






More Stories
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..