ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚାଲି କରି ଯାଉଥିବା କିଛି ଶ୍ରଦ୍ଧାଳୁଙ୍କୁ ଟ୍ରକ ଧକ୍କା ମାଡିଯାଇଛି | ଫଳରେ ୭ ଜଣଙ୍କ ଜୀବନ ଚାଲି ଯାଇଛି। ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ପଞ୍ଜାବର ଖୁରାଲଗଡ ରାସ୍ତାରେ। ମିଳିଥିବା ସୂଚନାନୁଯାୟୀ, ଶ୍ରଦ୍ଧାଳୁମାନେ ପାଦରେ ଚାଲି ଯାଉଥିବା ସମୟରେ ପଛପଟୁ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..