Report Card Odisha

| Daily Odia News

ଚନ୍ଦ୍ରଭାଗା ବୁଡ଼ ପାଇଁ ପ୍ରଥମ ସମନ୍ୱୟ ବୈଠକ….

ରିପୋର୍ଟ କାର୍ଡ / କୋଣାର୍କ

ଫେବ୍ରୁଆରୀ ୪ ତାରିଖରେ ପବିତ୍ର ମାଘ ସପ୍ତମୀ। ସେଦିନ ପ୍ରତ୍ୟୁଷରେ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ ଅନୁଷ୍ଠିତ ହେବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପ୍ରଥମ ସମନ୍ୱୟ ବୈଠକ ହୋଇଯାଇଛି। ବୈଠକରେ ଚନ୍ଦ୍ରଭାଗା ମେଳା ପଡ଼ିଆରେ ପାନୀୟ ଜଳ ବ୍ୟବସ୍ଥା, ବୁଡ଼ ୩ଦିନ ପୂର୍ବରୁ ତୀର୍ଥ ପୁଷ୍କରିଣୀ ଜଳ ନିଷ୍କାସନ ଓ ବିଶୋଧନ, ଚନ୍ଦ୍ରଭାଗା, ରାମଚଣ୍ଡୀ ଓ କୋଣାର୍କ ବସଷ୍ଟାଣ୍ଡରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର, ଟ୍ରାଫିକ୍‌ ବ୍ୟବସ୍ଥା, ପରିମଳ, ଯାନବାହାନ ପାର୍କିଂ, ଆଲୋକ ବ୍ୟବସ୍ତା, ସୂଚନା, ପ୍ରସାରଣ, ଯାନବାହାନ ନିୟନ୍ତ୍ରଣ ଆଦି ବ୍ୟବସ୍ଥାକୁ ସୂଚାରୁ ରୂପେ ସମ୍ପାଦନ କରିବା ଆଦି ଉପରେ ଆଲୋଚନା ହୋଇଥିଲା। ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ରାଜକିଶୋର ଜେନା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ରାଜୀବ ବେହେରା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, କୋଣାର୍କ ଏନ୍‌ଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ, ଗୋପ ବିଡ଼ିଓ ତଥା କୋଣାର୍କ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଛବିରାଣୀ ସାହୁ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Breaking News