ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗାମୀ ଦିନରେ ବଦଳିପାରେ ସ୍କୁଲ ୟୁନିଫର୍ମ। ଏନେଇ ସଙ୍କେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ଯେପରି ଅଛି, ସେହିପରି ରହିବ। ହେଲେ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ପରିବର୍ତ୍ତନ କରାଯାଇପାରେ। ଏନେଇ ଆଲୋଚନା କରାଯାଉଥିବା ନେଇ ସେ ସୂଚନା ଦେଇଛନ୍ତି। କିଛି ଦିନ ତଳେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମର ରଙ୍ଗ ପରିବର୍ତ୍ତନ କରାଯାଇଥିଲା। ଧଳା ସହ ସବୁଜ ରଙ୍ଗ ଥିଲା ପୋଷାକର ରଙ୍ଗ। ହେଲେ ଏବେ ଏହାକୁ ପରିବର୍ତ୍ତନ କରାଯିବା ନେଇ ଆଲୋଚନା ଚାଲିଥିବା କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..