ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗେଟ୍ ରାଜପଥର ନାମ ଏବେ କର୍ତ୍ତବ୍ୟପଥ ହେବ। ଆଜି ବସିଥିବା ଏନଡିଏମସି ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି। ଜାନୁଆରୀ ୨୬ ପରେଡର ମୂକସାକ୍ଷୀ ପାଲଟୁଥିବା ରାଜପଥର ନାମ ପୂର୍ବେ କିଙ୍ଗ୍ସଓ୍ଵେ ଥିଲା। ଗଣତନ୍ତ୍ର ଦିବସ ପରେଡରେ ତିନି କିଲୋମିଟର ମାର୍ଗର ଦୂରତା ବିଜୟ ଚୌକରୁ ଇଣ୍ଡିଆ ଗେଟ୍ ପର୍ଯ୍ୟନ୍ତ ରହିଥାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ସନ୍ଧ୍ୟାରେ ନୂତନ ରାଜପଥ ଏବଂ ସେଣ୍ଟ୍ରାଲ ଭିଷ୍ଟା ଲନର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ଏବେ ନେତାଜୀଙ୍କ ପ୍ରତୀମାଠୁ ନେଇ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ଯାଉଥିବା ମାର୍ଗ ଏବଂ ପୂରା ଅଞ୍ଚଳ କର୍ତ୍ତବ୍ୟପଥ ନାମରେ ପରିଚିତ ହେବ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ବାସଭବନ ମାର୍ଗର ନାମ ରେସ୍ କୋର୍ସ ରୋଡରୁ ପରିବର୍ତ୍ତନ କରାଯାଇ କଲ୍ୟାଣ ମାର୍ଗ କରାଯାଇଥିଲା।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..