ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ଚିତ୍ତରଞ୍ଜନ ପାତ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ପାତ୍ରଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବରିଷ୍ଠ ଓଏଏସ୍ ଦିଲ୍ଲୀପ କୁମାର ପରିଡ଼ାଙ୍କୁ ଅବସ୍ଥାପିତ କରାଯାଇଛି । ସେହିପରି ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କର ଓ ଯୁଗ୍ମସଚିବ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କୁ ଯଥାକ୍ରମେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଓ କୋରାପୁଟସ୍ଥିତ ଯୁଗ୍ମ କେବିକେ ପ୍ରଶାସକ ଭାବେ ବଦଳି ହୋଇଛି । ସେହିପରି ଗଜପତି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ନୀଳମାଧବ ମାଝୀଙ୍କୁ ଗଞ୍ଜାମ ଜିଲ୍ଲା ଅତରିକ୍ତ ଉପଜିଲ୍ଲାପାଳ ଭାବେ ଛତ୍ରପୁରକୁ ବଦଳି କରାଯାଇଛି ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..