ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବ ଦାସ ହତ୍ୟାକାଣ୍ଡ ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଝାରସୁଗୁଡା ଜେଏମଏଫସି କୋର୍ଟରେ ଆଜି କ୍ରାଇମବ୍ରାଞ୍ଚ ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି। ବ୍ୟକ୍ତିଗତ ଆକ୍ରୋଶ ରଖି ନବଙ୍କୁ ଗୋପାଳ ଦାସ ହତ୍ୟା କରିଥିବା ଚାର୍ଜସିଟ୍ରେ ଉଲ୍ଲେଖ ରହିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ସୂଚନା ଦିଆଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ କୁହାଯାଇଛି ଯେ ନବଙ୍କ ପ୍ରତି ଗୋପାଳଙ୍କ ମନରେ ବ୍ୟକ୍ତିଗତ ଆକ୍ରୋଶ ଓ ରାଗ ସୃଷ୍ଟି ହୋଇଥିଲା। ନବ ଦାସ ଓ ତାଙ୍କ ସମର୍ଥକଙ୍କ ପଟୁ ବିପଦ ଥିବା ଗୋପାଳ ଭାବୁଥିଲେ। ସେମାନେ ତାଙ୍କୁ ମାରି ଦେଇ ପାରନ୍ତି ବୋଲି ସେ ଭାବୁଥିଲେ। ତେଣୁ ସେ ନବ ଦାସଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ। ତେବେ ନବ ଦାସ ଓ ତାଙ୍କ ସମର୍ଥକମାନେ କାହିଁକି ତାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିପାରନ୍ତି ବୋଲି ଗୋପାଳ ଦାସ ମନେ କରୁଥିଲେ, ସେ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ କିଛି ଉଲ୍ଲେଖ କରାଯାଇ ନାହିଁ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..