ରିପୋର୍ଟ କାର୍ଡ / ରାୟପୁର
ଆଜି ଛତିଶଗଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୯୦ ସଦସ୍ୟ ବିଶିଷ୍ଟ ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନରେ ମତଦାନ ଜାରିରହିଛି | ତେବେ ଏହାରି ଭିତରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି | ସୂଚନା ମୁତାବକ ନକ୍ସଲମାନେ ଆଇଇଡି ବିସ୍ଫୋରଣ କରିଥିବାବେଳେ ଏଥିରେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି | ଛତିଶଗଡର ସୁକମା ଜିଲ୍ଲାର ନକ୍ସଲ ପ୍ରଭାବିତ ତଣ୍ଡାମୋରକା ଅଂଚଳରେ ଆଇଇଡି ବିସ୍ଫୋରଣ ହୋଇଛି | ଏହି ବିସ୍ଫୋରଣରେ କୋବ୍ରା ୨୦୬ ବାଟାଲିୟନର ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି | ପୋଲିସ ପକ୍ଷରୁ ମିଳିଥିବା ସୂଚନା ମୁତାବକ କୋବ୍ରା ଯବାନମାନେ ମତଦାନ କେନ୍ଦ୍ରକୁ ଯାଉଥିବାବେଳେ ଏହି ବିସ୍ଫୋରଣ ହୋଇଥିଲା |






More Stories
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..