ରିପୋର୍ଟ କାର୍ଡ / ଛତିଶଗଡ଼
ପୁଣି ଲାଲବାହିନୀ ବର୍ବର କାଣ୍ଡ ଭିଆଇଛି | ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ଭୟଙ୍କର ବିସ୍ଫୋରଣ ହୋଇଛି । ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ବୋଲେରୋ କ୍ଷତିଗ୍ରସ୍ତ ହୋଇଛି | ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ, ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଇଛି । ତେବେ ଛତିଶଗଡ଼ ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ପୋଲିସକୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଉଦ୍ବେଷରେ ମାଓବାଦୀ ଲ୍ୟାଣ୍ଡମାଇନ ରଖାଯାଇଥିଲା | ହେଲେ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣରେଶିକାର ହେଲା ବୋଲେରୋ |






More Stories
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି…..
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ…..
ପ୍ରଧାନମନ୍ତ୍ରୀ ପଦ ଛାଡ଼ିବେ ଷ୍ଟାର୍ମର !…..