ରିପୋର୍ଟ କାର୍ଡ / ଭୁବନେଶ୍ବର
ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ହାଇ ଆର୍ଲଟ ଜାରି କରାଯାଇଛି। ଏନେଇ ଅତିରିକ୍ତ ଡିଜି, ଅପରେସନ ଅମିତାଭ ଠାକୁର ସୂଚନା ଦେଇଛନ୍ତି। କହିଛନ୍ତି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି। ଆମ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡ଼ରୁ ହିଁ ଆସିଥାନ୍ତି। ତେଣୁ ଏହି ଘଟଣା ପରେ ଛତିଶଗଡ଼ରୁ କିଭଳି ମାଓବାଦୀମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ୍ କରି ଦିଆଯାଇଛି । ସୀମାନ୍ତ ଜିଲ୍ଲାର ଏସପିମାନଙ୍କ ସହ ଭିଡିଓ କନ୍ଫେରେନ୍ସିଂ ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି। ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି। ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ଅପିଲ ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..