Report Card Odisha

| Daily Odia News

ରୋଗୀଙ୍କ ଖାଦ୍ୟ ଅନୁଦାନ ବୃଦ୍ଧିକଲେ ସରକାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଅନୁଦାନକୁ ବୃଦ୍ଧି କରିଛନ୍ତି ସରକାର । ରୋଗୀସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ଲାଗି ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ୪୨ ଲକ୍ଷରୁ ଅଧିକ ରୋଗୀ ଉପକୃତ ହେବେ । ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାରେ ଶଯ୍ୟା ପ୍ରତି ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ଲାଗି ଦୈନିକ ୯୫ ଟଙ୍କାରୁ ୧୨୦ଟଙ୍କା ଶୁଖିଲା ଖାଦ୍ୟ ଲାଗି ୭୫ ଟଙ୍କାରୁ ୯୫ ଟଙ୍କା, ତରଳ ଖାଦ୍ୟ ଲାଗି ୮୫ ଟଙ୍କାରୁ ୧୧୦ ଟଙ୍କା ବୃଦ୍ଧି କରାଯାଇଛି । ରାଜ୍ୟର ୬୧୮ଟି ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ ।

Breaking News