Report Card Odisha

| Daily Odia News

ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ନୟାପଲ୍ଲୀସ୍ଥିତ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି। ତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଗତକାଲି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଥିଲେ। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦକୁ ଅକ୍ଷୁର୍ଣ୍ଣ ରଖିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ତାଙ୍କର ଅମାୟିକ ସ୍ୱଭାବ ପାଇଁ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Breaking News