ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ କରିଛନ୍ତି । ମାଓବାଦୀଙ୍କ ବିସ୍ଫୋରଣରେ ରୋହିତଙ୍କ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ନିନ୍ଦା ସହ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ କଳାହାଣ୍ଡିର ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..