ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ନୟାଗଡ଼ ଓ ଜଗତସିଂହପୁର ଜିଲ୍ଲାର ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ବି ସ୍ଥାପନ କରିଛନ୍ତି। ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ସ୍ମାର୍ଟ ହେଲ୍ଥ କାର୍ଡ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି। ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।






More Stories
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ଆସୁଛି ଲଘୁଚାପ…..