Report Card Odisha

| Daily Odia News

ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କର ପରଲୋକ ହୋଇଛି । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମୀର ଦେ’ଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା, ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ନେତା ସମୀର ମହାନ୍ତି ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

Breaking News