ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଅନୁସାରେ-ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି। ତଦନୁଯାୟୀ ଚଳିତ ବର୍ଷ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟୟରେ ୨୯.୩୬ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଉ ୨୯.୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ବି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି |






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..