ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୋହନ ସରକାର। ଆଜି ୧୪୦୦ ଲୋକଙ୍କ ଅଭିଯୋଗ ଶୁଣାଣି ହୋଇଛି। ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସିଙ୍ଗଲ ୱିଣ୍ଡୋ ସିଷ୍ଟମରେ ତୁରନ୍ତ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଅଭିଯୋଗ ଶୁଣାଣି ହେବ। କ୍ଷେତ୍ରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଗଣତନ୍ତ୍ର ପାଇଁ ଶୁଭଙ୍କର, ଅଧିକାରୀମାନେ ସେମାନଙ୍କ ସ୍ତରରେ ହିଁ ଲୋକଙ୍କ ସମସ୍ୟା ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗରିବ, ଅସହାୟ ଲୋକଙ୍କ ଦୁଃଖ ପ୍ରତି ଉଦାସୀନ ରହି ହେବ ନାହିଁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର। ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆମର ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନ ଆମକୁ ଲୋକଙ୍କ ଆହୁରି ନିକଟତର ହେବାକୁ ପ୍ରେରଣା ଦେଇଛି ବୋଲି ସେ କହିଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..