ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ବଜେଟରେ ମଧୁବାବୁ ପେନସନ ଯୋଜନା ପାଇଁ ୫ ହଜାର ୩୭୦ କୋଟି ବ୍ୟୟବରାଦ କରାଯାଇଛି। ଜାତୀୟ ବୟସ୍କ ଓ ପୀଡ଼ିତଙ୍କ ପାଇଁ ୨ ହଜାର ୧୮୧ କୋଟି। ଇନ୍ଦିରା ଗାନ୍ଧି ଜାତୀୟ ପେନସନ ଯୋଜନା ପାଇଁ ୧୦୧୬ କୋଟି, ବୟସ୍କଙ୍କ ପାଇଁ ଗୃହ ଯୋଜନାରେ ୫୧ କୋଟି ବ୍ୟୟବରାଦ ହୋଇଛି। ସେହିପରି ବ୍ଲକ୍ରେ ନିଶା ନିବାରଣ ପୁରସ୍କାର ଯୋଜନା ଦିଶା ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……