ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ ପୂଜା ଏହି ସାଂସ୍କୃତିକ ଏକତାର ଉଦାହରଣ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସ୍ତ୍ରୀ ଡଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଯୋଗ ଦେଇ ସମସ୍ତ ପୂଜାର ବିଧି ପାଳନ କରି ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରି ରାଜ୍ୟବାସୀଙ୍କ ମଙ୍ଗଳା କାମନା କରିଥିଲେ।କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଛଠ ପର୍ବ ଆମକୁ ଶିଖାଏ ଯେ, ଜୀବନର ସତ୍ୟ ଆଧାର ହେଉଛି ପ୍ରକୃତି, ଜଳ, ବାୟୁ ଓ ସୂର୍ଯ୍ୟର ଶକ୍ତି । ଏହି ପର୍ବ ମାଧ୍ୟମରେ ଆମେ ପ୍ରକୃତି ଓ ପରିବେଶ ପ୍ରତି ଆପଣଙ୍କ ଋଣ ସ୍ବୀକାର ବ୍ୟକ୍ତ କରୁଛୁ । ଏଣୁ ଆମେ ପ୍ରକୃତି ସହିତ ପ୍ରେରଣା ପାଉ। ଛଠ ପର୍ବର ସବୁଠୁ ବଡ଼ ବିଶେଷତା ହେଉଛି ଯେ, ଏହି ପର୍ବରେ କୌଣସି ଦେଖାଣିଆ କିମ୍ବା ଆଡମ୍ବର ନ ଥାଏ କେବଳ ନିଷ୍ଠା ଓ ଆତ୍ମିକ ଶ୍ରଦ୍ଧା ରହେ। ଏହି ପର୍ବ ସ୍ବଚ୍ଛତା, ଶୃଙ୍ଖଳାର ଏକ ଅଦ୍ଭୁତ ଉଦାହରଣ ଏବଂ ଏହି ପର୍ବର ଆତ୍ମା। ଛଠ ପୂଜାର ପରମ୍ପରା ଉତ୍ତର ଭାରତୀୟ ରାଜ୍ୟ-ବିହାର, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ ରାଜ୍ୟ ମାନଙ୍କରେ ପାଳନ କରାଯାଏ। ମୁଁ ଏହା ଦେଖି ଅତ୍ୟନ୍ତ ଆନନ୍ଦିତ ଯେ ଏବେ ଓଡ଼ିଶାରେ ମଧ୍ୟ ଛଠ ପୂଜାର ଉତ୍ସବ ବିଶେଷ ଉଲ୍ଲାସ ଓ ଭକ୍ତିଭାବର ସହିତ ପାଳନ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..