ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବୀନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।






More Stories
ଆଜି ନୀଳାଦ୍ରିବିଜେ,ରସଗୋଲା ଦିବସ…..
ସୁଶାନ୍ତ ସିଂହ ଙ୍କ ପରଲୋକ…..
ଖୋଲିବ ୩୫ ନୂଆ ଯୁକ୍ତ ଦୁଇ କଲେଜ…..