ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ସେହିପରି ପବିତ୍ର ଦିନରେ ଭକ୍ତମାନଙ୍କୁ ଶୁଭେଚ୍ଛା ଜଣାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପବିତ୍ର ତ୍ରିମୂର୍ତ୍ତିଙ୍କ ଦିବ୍ୟ ଆଶୀର୍ବାଦ ସହିତ ସମସ୍ତଙ୍କ ସୁଖ, ଶାନ୍ତି ଏବଂ ସମୃଦ୍ଧି କାମନା କରିଛନ୍ତି। ନବୀନ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ପବିତ୍ର ରଥଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ ଆଶୀର୍ବାଦ ସଭିଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।






More Stories
ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି…..
ଶରଧାବାଲିରେ ୩ ରଥ….
IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲା: ପୋଲିସ ହାତରେ ଡିଜିଟାଲ ପ୍ରମାଣ…..