ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହେବ। ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ ଟକ୍କର ହେଉଛି। ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି ଝାରସୁଗୁଡ଼ା ଗସ୍ତରେ ଯିବେ। ସାଢେ ୪ଟାରେ ଝାରସୁଗୁଡ଼ାରେ ଆୟୋଜିତ ସଭାରେ ଯୋଗ ଦେବେ। ସନ୍ଧ୍ୟା ୫ ଟା ୫୦ ରେ ଭୁବନେଶ୍ଵର ଫେରିବେ ବୋଲି ଜଣାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..