ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୨୦ମିନିଟ୍ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଶନିବାର ମୁଖ୍ୟମନ୍ତ୍ରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……