ରିପୋର୍ଟ କାର୍ଡ / ଭୁବନେଶ୍ବର
ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍ପି ଅନୀତା ଶୁଭଦର୍ଶିନୀଙ୍କ ସହ ଜିଲାର ସମସ୍ତ ବିଧାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..