Report Card Odisha

| Daily Odia News

ଆଜି ପୁଣି ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ଆଜି ମଧ୍ୟାହ୍ଣ ୧୨ଟାରେ ପୁଣି ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯିବେ। ସେ ଭୁବନେଶ୍ଵର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଯାଇ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିବେ। ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଏସଆରସି ଏବଂ ପୁଲିସ ଡିଜି ଓ୍ମାଇ ବି ଖୁରାନିଆ ପ୍ରମୁଖ ବି ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଗତକାଲି ଅପରାହ୍ଣରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସମେତ ଅନ୍ୟ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଥିଲେ। ସେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Breaking News