ରିପୋର୍ଟ କାର୍ଡ / ଭୁବନେଶ୍ଵର
ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉଭୟ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ ସୂଚନା ଦେଇ କହିଛି ଯେ, ଆସନ୍ତା ଇଂରାଜୀ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କୌଣସି ଉତ୍ସବ ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସେହିପରି ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନି ହୋଇଛି । ତେଣୁ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ପାଇଁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ଏହି ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁସାରେ କୌଣସି ପ୍ରକାରର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ତେଣୁ ନବବର୍ଷରେ ତାଙ୍କ ନିକଟକୁ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନନେଇ ଆସିବାକୁ ଶ୍ରୀମତୀ ପରିଡ଼ା ଅନୁରୋଧ କରିଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……