ରିପୋର୍ଟ କାର୍ଡ / ଭୁବନେଶ୍ଵର
ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟରେ ୧୦ ଦିନ ସ୍ପେଶାଲ ଡ୍ରାଇଭ୍ କରିବାକୁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୁରକ୍ଷା ନିୟମ କଡ଼ାକଡ଼ି ପାଳନ ପାଇଁ ଅଧିକ ପୋଲିସ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହି ସମୟରେ ମାସ୍କ, ସାମାଜିକ ଦୂରତ୍ୱ ନେଇ ସୂଚନା ଓ ପ୍ରସାରଣ ବିଭାଗ ସଚେତନତା କରିବ। ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ସମୀକ୍ଷା କରିଛନ୍ତି | ଛତିଶଗଡ଼ ସୀମାନ୍ତ ଜିଲ୍ଲା ଉପରେ ରାଜ୍ୟ ସରକାରଙ୍କ ଫୋକସ୍। ସୀମାନ୍ତ ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ମୁଖ୍ୟ ଶାସନ ସଚିବ,ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଗ୍ରାଉଣ୍ଡ ଜିରୋକୁ ଯାଇ ସେଠାକାର ସ୍ଥିତି ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ସ୍ଥିତି ଅନୁଯାୟୀ ଆବଶ୍ୟକ ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗୁରୁତ୍ୱର ସହ ନନେଲେ ସଂକ୍ରମଣ ବଢ଼ିବ ବୋଲି ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ | ସେହିପରି ପଶ୍ଚିମ ଓଡ଼ିଶାରେ ଅଧିକ ସଂଖ୍ୟକ ଡାକ୍ତର, ପାରାମେଡିକାଲ୍ ଷ୍ଟାଫ୍ ଓ ଲ୍ୟାବ୍ ଟେକ୍ନିସିଆନ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥିତି ଦେଖି ତୁରନ୍ତ ନିଷ୍ପତ୍ତି ନେବାକୁ ଅଧିକାରୀଙ୍କୁ କୁହାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ବିଭାଗ ଏସିଏସ୍, ଉନ୍ନୟନ କମିଶନରଙ୍କ ସହ ରାଜ୍ୟର ସମସ୍ତ ଜିଲ୍ଲାପାଳ, ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।






More Stories
୧ରୁ ଭିତରକନିକା ବନ୍ଦ…..
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……