ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡ଼ା ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ହୋଇଛି। ଗୋଟମା ଏୟାରଷ୍ଟ୍ରିଫ୍ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଗତକାଲି ଅର୍ଥାତ୍ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ କରାଯାଇଥିଲା। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ ତରଫରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିଲା। ସେହିପରି ଶୁକ୍ରବାର ନୂଆପଡ଼ା ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ ମଧ୍ୟ କରାଯାଇଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..